Voice of Eastern India

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା, ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକମାନଙ୍କ ସହାୟତା ପାଇଁ ତିରୁଭଲ୍ଲୁର ଗଲେ ୩ ଅଧିକାରୀ


ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ ସୋସିଆଲ ମିଡିଆ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରି ଯେପରି ଓଡ଼ିଆ ଶ୍ରମିକ ମାନଙ୍କ ଉପଯୁକ୍ତ ଚିକିତ୍ସା ହୋଇ ପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳିପାରିବ, ସେ ବିଷୟରେ ଆଲୋଚନା କରିଛନ୍ତି। ସେଠାରେ ତୁରନ୍ତ ସମନ୍ୱୟ ରକ୍ଷା କରିବା ସହ ଓଡ଼ିଆ ଶ୍ରମିକ ଓ ସେମାନଙ୍କ ପରିବାରକୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେବା ପାଇଁ ଓଡ଼ିଶା ସରକାରଙ୍କ ତିନି ଜଣ ବରିଷ୍ଠ ଅଧିକାରୀ ତାମିଲନାଡୁର ତିରୁଭଲ୍ଲୁର ଅଭିମୁଖେ ଯାତ୍ରା କରିଛନ୍ତି।

Als Read: Seafood Export Unitରେ ବିଷାକ୍ତ ଗ୍ୟାସ୍ ଲିକ୍: ୨ ମୃତ, ୪୦ରୁ ଅଧିକ ଗୁରୁତର

ସୂଚନାଥାଉକି, ରବିବାର ତାମିଲନାଡୁ ତିରୁଭଲ୍ଲୁର ଜିଲ୍ଲା ପେରିୟାପାଲାୟମ୍ ନିକଟସ୍ଥ କନ୍ନିଗାଇପେୟାର୍ ଗ୍ରାମରେ ଥିବା ‘ସେଣ୍ଟ ପିଟର୍ସ ଆଣ୍ଡ ପଲ୍ ସିଫୁଡ୍ସ ଏକ୍ସପୋର୍ଟସ୍’ରେ (Seafood Processing Unit) ହଠାତ୍ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିଲା। କାରଖାନାରେ ଲାଗିଥିବା ଏକ ଭାଲ୍ଭ ଖରାପ ହୋଇଯିବାରୁ ସେଥିରୁ ପ୍ରବଳ ମାତ୍ରାରେ ବିଷାକ୍ତ ଆମୋନିଆ ଗ୍ୟାସ୍ ନିର୍ଗତ ହୋଇଥିଲା।

ଗ୍ୟାସ୍ ନିର୍ଗତ ହେବା ପରେ ସେଠାରେ କାମ କରୁଥିବା ଶ୍ରମିକମାନେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିଥିଲେ । ମୁଣ୍ଡ ବୁଲାଇବା ସହ ବାନ୍ତି କରିଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିଲା। ଆହତ ଓ ଅସୁସ୍ଥ ଶ୍ରମିକମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଯଥାଶୀଘ୍ର ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏଥିରେ ଦୁଇ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଶ୍ରମିକ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାୟ ୪୬ ଜଣ ଶ୍ରମିକ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି, ଯେଉଁମାନଙ୍କ ମଧ୍ୟରୁ ପ୍ରାୟ ୭ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ଥିବାରୁ ସେମାନଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି।

Source link



Source link

Leave A Reply

Your email address will not be published.