ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳ ନିକଟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି। ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ବହୁ ସମ୍ଭାବନା ରହିଛି। ଏହାର ପ୍ରଭାବରେ ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।
also read- ବୁଧବାର ବସିବ ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର !
ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ମେଘୁଆ ପାଗ ରହିବ। ପ୍ରବଳ ବର୍ଷା ଜାରି ଥିବାରୁ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ଏବଂ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି।
Watch Video-
