Voice of Eastern India

ଅଶୋକ ତ୍ରିପାଠୀ କମିଟିର ସୁପାରିଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି, ୧୫ଟି ପ୍ରସ୍ତାବ କାର୍ଯ୍ୟକାରୀ ପାଇଁ ମଞ୍ଜୁରି


ଭୁବନେଶ୍ୱର: ଅଶୋକ କୁମାର ତ୍ରିପାଠୀ କମିଟିର ସୁପାରିଶ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏ ବିଷୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ୧୫ଟି ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସରକାରୀ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଦାନ ପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ ଶିକ୍ଷକ, ଅଧ୍ୟାପକ ଏବଂ କର୍ମଚାରୀ ସଂଘମାନଙ୍କର ବିଭିନ୍ନ ପ୍ରକାର ଦାବି ଥିଲା । ଏହି ଦାବି ସମୂହର ଅନୁଶୀଳନ ପାଇଁ ଅବସରପ୍ରାପ୍ତ ଆଇଏଏସ୍ ଅଶୋକ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଥିଲା ।

ବୈଠକରେ ନିଷ୍ପତ୍ତି

୧.  ୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟର ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ଅନୁଦାନଭୁକ୍ତ କରିବା ।

୨.  ସରକାରୀ ସ୍କୁଲରେ ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୦ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିବା ।

୩.  ୬ ବର୍ଷ ପୂରଣ କରି ୨୦୨୨ ମସିହାରେ ନିୟମିତ ହୋଇଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ TGT ଓ PET ଶିକ୍ଷକମାନଙ୍କୁ ବକେୟା ଦରମା ପ୍ରଦାନ କରିବା ।

୪.  ପ୍ରାଥମିକ ଶିକ୍ଷକମାନଙ୍କର ନିୟମିତ ପଦୋନ୍ନତି କରିବା ।

୫.  ୨୦୧୬ରୁ ୨୦୧୮ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରିବା ।

୬.   ପ୍ରଥମା ଓ ମଧ୍ୟମା ସଂସ୍କୃତ ଟୋଲ ଗୁଡ଼ିକରେ ନିୟମିତ ଶିକ୍ଷକ ନିଯୁକ୍ତି କରିବା ।

୭.   ସରକାରୀ ବିଦ୍ୟାଳୟରେ ଚାକିରୀ କରିଥିବା କ୍ଲାସିକାଲ୍ ଶିକ୍ଷକମାନଙ୍କୁ Trained Graduate (TG) ଶିକ୍ଷକ ଯୋଗ୍ୟତା ସାରଣୀରେ ଅନ୍ତର୍ଭୁକ୍ତ କରିବା ।

୮.   ପୂର୍ଣ୍ଣ ଅନୁଦାନପ୍ରାପ୍ତ ମଧ୍ୟମା ସଂସ୍କୃତ ଟୋଲ୍‌ରେ ଶିକ୍ଷକ ମୁତୟନ କରିବା ।

୯.   ଧନ୍ଦାମୂଳକ ପ୍ରଶିକ୍ଷକଙ୍କୁ ନିୟମିତ ଭାଗରେ ବେତନ ପ୍ରଦାନ କରିବା ।

୧୦.  ଓଡିଶା କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ଅଧିକ ଯୋଗ୍ୟତା ହାସଲ କରିବାକୁ ସୁଯୋଗ ଦେବା ।

୧୧.  ଆଦର୍ଶ ବିଦ୍ୟାଳୟର ସମସ୍ତ ଆବାସିକ ଛାତ୍ରାବାସକୁ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରିବା ।

୧୨.  ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀମାନଙ୍କ ନିୟମିତ ଦରମା ପାଇବାର ବ୍ୟବସ୍ଥା କରିବା ।

୧୩.  ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କର ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟରେ ପଢ଼ିବା ପାଇଁ ବ୍ୟବସ୍ଥା କରିବା ।

୧୪.  ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ TGT ଶିକ୍ଷକ ମାନଙ୍କର  ପୂର୍ବ ଚାକିରିର ଗଣତି ଓ ବେତନର ସୁରକ୍ଷା କରିବା ।

୧୫.  ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ AI ଓ Robotics ପରୀକ୍ଷାଗାର ଖୋଲିବା ।

ବୈଠକରେ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପେନସନ୍ ଦାବି ଉପରେ ମଧ୍ୟ ଆଲୋଚନା ହୋଇଥିଲା । କିନ୍ତୁ ଯେହେତୁ ଏହା ବର୍ତ୍ତମାନ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସକ୍ରିୟ ବିଚାରାଧିନ ଅଛି । ତେଣୁ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ପରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

Source link



Source link

Leave A Reply

Your email address will not be published.