Voice of Eastern India

Govt flood alert: ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସରକାର ସଜାଗ, ମୁଖ୍ୟମନ୍ତ୍ରୀ କହିଲେ- ଭୟଭୀତ ହୁଅନ୍ତୁ ନାହିଁ


ଭୁବନେଶ୍ବର ୨୯।୭: ରାଜ୍ୟରେ ବନ୍ୟା ସ୍ଥିତି ବେହାଲ । ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଛି ବୋଲି ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ନିମାପଡା, କଣାସ, ଗୋପ, ଅସ୍ତରଙ୍ଗ ଅଞ୍ଚଳରେ ବନ୍ୟା ପାଣି ପଶିବ । ଉତ୍ତରରେ କମିବ, ଦକ୍ଷିଣ ଓ ପଶ୍ଚିମରେ ବଢ଼ିବ କହିଲେ ରାଜସ୍ବ ମନ୍ତ୍ରୀ । ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟ ବନ୍ୟା ପରିସ୍ଥିତି ଉପରେ ମୁଁ ଏବଂ ମୋ ସରକାର ପ୍ରତିଟି ମୁହୂର୍ତ୍ତରେ ସିଧାସଳଖ ନଜର ରଖିଛୁ । ବନ୍ୟା ପରିସ୍ଥିତି ଓ ଏହାର ମୁକାବିଲା ସମ୍ପର୍କରେ ମୁଁ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସହିତ ଆଲୋଚନା କରିଛି । ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ପାଇଁ ସମଗ୍ର ପ୍ରଶାସନକୁ ମୁଁ ନିର୍ଦ୍ଦେଶ ଦେଇଛି ।

ମୋର ଆପଣମାନଙ୍କୁ ନିବେଦନ, ଆଦୌ ବିଚଳିତ କିମ୍ବା ଭୟଭୀତ ହୁଅନ୍ତୁ ନାହିଁ; ଆମେ ପ୍ରତିଟି ପଦକ୍ଷେପରେ ଆପଣଙ୍କ ସହିତ ଛିଡ଼ା ହୋଇଛୁ । ପ୍ରଶାସନର ସୂଚନାକୁ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ ।

Also Read:- ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ; ୨ ଲକ୍ଷରୁ ଅଧିକ ଲୋକ କ୍ଷତିଗ୍ରସ୍ତ, ପ୍ରାୟ ୨୮ ହଜାର ଲୋକଙ୍କୁ ସ୍ଥାନାନ୍ତର

* ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ପରିଚାଳନା, ସ୍ଥାନାନ୍ତରଣ ଓ ରିଲିଫ୍ କାର୍ଯ୍ୟକୁ ସ୍ୱୟଂ ତଦାରଖ କରିବା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍ (IAS) ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି ।

* ଜଳସ୍ତର ଓ ପରିସ୍ଥିତି ଉପରେ ସାକ୍ଷାତ ନଜର ରଖିବା ପାଇଁ ଏସଆରସି (SRC) କାର୍ଯ୍ୟାଳୟ ଓ ରାଜ୍ୟ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ୨୪*୭ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

* ତଳିଆ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ NDRF, ODRAF, ଅଗ୍ନିଶମ ଓ ପୋଲିସ ବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ।

* ସମସ୍ତ ଆଶ୍ରୟସ୍ଥଳୀରେ ବିଶୁଦ୍ଧ ପାନୀୟ ଜଳ, ରନ୍ଧାଖାଦ୍ୟ, ଜରୁରୀ ସ୍ୱାସ୍ଥ୍ୟସେବା, ସର୍ପାଘାତ ପ୍ରତିଷେଧକ ଔଷଧ ଏବଂ ଗୃହପାଳିତ ପଶୁଙ୍କ ପାଇଁ ପର୍ଯ୍ୟାପ୍ତ ଗୋଖାଦ୍ୟ ଯୋଗାଇ ଦିଆଯାଉଛି ।

* ଆଶ୍ରୟସ୍ଥଳୀକୁ ଆସୁଥିବା ନାଗରିକଙ୍କ ବାସଗୃହ ଓ ଧନସମ୍ପତ୍ତିର ସୁରକ୍ଷା ନିଶ୍ଚିତ କରିବା ପାଇଁ ପୋଲିସ ପକ୍ଷରୁ ରାତ୍ରିକାଳୀନ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି ।

* ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବାସଗୃହ ଓ ଚାଷଜମି ପାଇଁ ପ୍ରଭାବିତ ଜନସାଧାରଣଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Source link



Source link

Leave A Reply

Your email address will not be published.