Voice of Eastern India

ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ, ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼


ପୁରୀ: ଘୋଷଯାତ୍ରାର ଆଜି ତୃତୀୟ ଦିବସ । ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ଆଜି ରଥ ଉପରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ସରିବା ପରେ ଆରମ୍ଭ ହେବ ପହଣ୍ଡି ବିଜେ । ସକାଳୁ ରଥାରୂଢ଼ ଶ୍ରୀବିଗ୍ରହଙ୍କ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି କାନ୍ତି ବଢ଼ି ସଂଧ୍ୟାଧୂପ ପରେ ପହଣ୍ଡି ଆରମ୍ଭ ହେବ ।

ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଛାଡି ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ଆସିଛନ୍ତି ଦାରୁ ଦେବତା । ଗତକାଲି ତିନି ରଥ ଗୁଣ୍ଡିଚା ମନ୍ଦିର ଠାରେ ଲାଗିବା ପରେ ରଥ ଉପରେ ମହାପ୍ରଭୁଙ୍କ ସମସ୍ତ ନୀତି କରାଯାଇଥିଲା । ଆଜି ସକାଳେ ତିନି ରଥରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଅନୁଷ୍ଠିତ ହେବା ପରେ ମଇଲମ, ତଡ଼ପଲାଗି, ଅବକାଶ, ବେଶ ଶେଷ, ଗୋପାଳବଲ୍ଲଭ, ସକାଳ ଧୂପ, ମଧ୍ୟାହ୍ନ ଧୂପ ଶେଷ ହେବ । ଅପରାହ୍ନରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ଓ ସଂଧ୍ୟା ଆଳତି ବଢିବା ପରେ ପହଣ୍ଡି ଆରମ୍ଭ ହେବାକୁ ସ୍ଥିର କରାଯାଇଛି । ସେଥିପାଇଁ ସେବାୟତ ଓ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ତେବେ ଆଜି ରଥ ଉପରେ ମହାପ୍ରଭୁଙ୍କର ଦର୍ଶନ କରିବା ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି ।

Source link



Source link

Leave A Reply

Your email address will not be published.